menu
{ "item_title" : "Saptama Rutu", "item_author" : [" Ramakanta Rath "], "item_description" : "ପ୍ରତ୍ୟେକ ଉଲ୍ଲେଖଯୋଗ୍ୟ ସାହିତ୍ୟରେ ପ୍ରଶ୍ନ ପଚରାଯାଏ । ସେ ପ୍ରଶ୍ନ ଶୁଣିବାକୁ ସମସ୍ତେ, ଏପରି କି ସ୍ୱୟଂ ଈଶ୍ୱର ମଧ୍ୟ ଶୁଣିବାକୁ ବାଧ୍ୟ । ସେ ପ୍ରଶ୍ନଗୁଡ଼ିକ ଏକାଧାରରେ ସରଳ ଓ ଜଟିଳ । ଛୋଟ ଛୁଆଟିଏ ମରିଗଲେ ସେ ସାହିତ୍ୟ ସମଗ୍ର ବିଶ୍ୱକୁ କାଠଗଡ଼ାରେ ଠିଆ କରାଇଦିଏ । କୌଣସି ଅହେତୁକ ଶାସ୍ତିରେ କେହି ନିର୍ଯ୍ୟାତିତ ହେଲେ ସେ ସାହିତ୍ୟ ସଚରାଚରଠାରୁ କୈଫିୟତ୍ ତଲବ୍ କରେ । ସାହିତ୍ୟିକ ଦୃଷ୍ଟିରେ ସଭ୍ୟତା ହେଉଛି ପ୍ରଶ୍ନ ପଚାରିବାର ସ୍ୱାଧୀନତା ଏବଂ ଯେଉଁଦିନ ଆଉ ପ୍ରଶ୍ନ ପଚରାଯାଉନାହିଁ- ସେଦିନ ସଭ୍ୟତାର ପରିସମାପ୍ତି ଘଟିଛି ବୋଲି ଧରିନିଆଯାଇପାରେ । ଯଦି ସାହିତ୍ୟିକ ପ୍ରଶ୍ନ ପଚାରିବାର ଐତିହ୍ୟରୁ ନିଜକୁ ଅଲଗା କରି ରଖେ ବା କୋଳାହଳମୟ ପ୍ରଶଂସା ଭିତରେ ନିଜର ସ୍ୱର ଲୀନ ହେବାକୁ ଛାଡ଼ିଦିଏ, ସେ ଆଉ ସାହିତ୍ୟିକ ହୋଇ ରହିବ ନାହିଁ; ହେବ ଏକ ଉଚ୍ଚାଙ୍ଗ ପରମ୍ପରାର ମଡ଼ାଚଣ୍ଡିଆ । ଯେତେବେଳେ ଏପରି ପରିସ୍ଥିତି ଉପୁଜେ, ଯେତେବେଳେ ଆଉ ପ୍ରଶ୍ନ ପଚରାଯାଏ ନାହିଁ ଏବଂ ସବୁଆଡ଼େ ହାଟବଜାରରେ କୋଳାହଳ ଶୁଭେ, ସେତେବେଳେ ସାହିତ୍ୟ ଲେଖାଯିବ ନିଶ୍ଚୟ, କିନ୍ତୁ ସେ ସାହିତ୍ୟର ସଭ୍ୟତା ସହିତ ସମ୍ପର୍କ ପ୍ରାୟ ରହିବ ନାହିଁ । ଗଲା କେତେବର୍ଷ ଭିତରେ ପୃଥିବୀର ଛାପାଖାନାମାନଙ୍କରୁ ଯେତେ ସାହିତ୍ୟ ବାହାରିଛି ଇତିହାସରେ ତାର ପଟାନ୍ତର ନାହିଁ, କିନ୍ତୁ ସେଗୁଡ଼ିକ ଭିତରୁ ଅଧିକାଂଶ ଅଳ୍ପ କେତେଦିନ ପରେ ନିଶ୍ଚିହ୍ନ ହୋଇ ଯାଇଛନ୍ତି । ତାର କାରଣ ହେଉଛି, ସେଗୁଡ଼ିକ ଆମ ସଭ୍ୟତାର ଅଂଶ ନୁହଁନ୍ତି, ବରଂ ତାର ପ୍ରତିକୂଳପନ୍ଥୀ । ସେଗୁଡ଼ିକର ରଚୟିତାମାନଙ୍କର କିଛି କିଛି କଳ୍ପନାଶକ୍ତି ଏବଂ ଭାଷାବିନ୍ୟାସରେ ପଟୁତା ଥିଲା, କିନ୍ତୁ ଯେଉଁ ଯନ୍ତ୍ରଣାବୋଧ ଆମକୁ ଏପରି ଏକ ଜାଗାକୁ ନେଇଯାଏ ଯେଉଁଠାରେ ଭୂତ, ଭବିଷ୍ୟତ ଓ ବର୍ତ୍ତମାନ ଏକାକାର ଏବଂ ଯେଉଁଠାରେ ମନୁଷ୍ୟର ଭାଗ୍ୟ ହିଁ ଏକମାତ୍ର ପ୍ରସଙ୍ଗ ତାହା ଏ କଳ୍ପନାଶକ୍ତିକୁ ବ୍ୟାପ୍ତ ଓ ମାର୍ଜ୍ଜିତ କରିନାହିା । - ରମାକାନ୍ତ ରଥ", "item_img_path" : "https://covers2.booksamillion.com/covers/bam/1/64/560/331/1645603318_b.jpg", "price_data" : { "retail_price" : "14.00", "online_price" : "14.00", "our_price" : "14.00", "club_price" : "14.00", "savings_pct" : "0", "savings_amt" : "0.00", "club_savings_pct" : "0", "club_savings_amt" : "0.00", "discount_pct" : "10", "store_price" : "" } }
Saptama Rutu|Ramakanta Rath

Saptama Rutu

local_shippingShip to Me
In Stock.
FREE Shipping for Club Members help

Overview

ପ୍ରତ୍ୟେକ ଉଲ୍ଲେଖଯୋଗ୍ୟ ସାହିତ୍ୟରେ ପ୍ରଶ୍ନ ପଚରାଯାଏ । ସେ ପ୍ରଶ୍ନ ଶୁଣିବାକୁ ସମସ୍ତେ, ଏପରି କି ସ୍ୱୟଂ ଈଶ୍ୱର ମଧ୍ୟ ଶୁଣିବାକୁ ବାଧ୍ୟ । ସେ ପ୍ରଶ୍ନଗୁଡ଼ିକ ଏକାଧାରରେ ସରଳ ଓ ଜଟିଳ । ଛୋଟ ଛୁଆଟିଏ ମରିଗଲେ ସେ ସାହିତ୍ୟ ସମଗ୍ର ବିଶ୍ୱକୁ କାଠଗଡ଼ାରେ ଠିଆ କରାଇଦିଏ । କୌଣସି ଅହେତୁକ ଶାସ୍ତିରେ କେହି ନିର୍ଯ୍ୟାତିତ ହେଲେ ସେ ସାହିତ୍ୟ ସଚରାଚରଠାରୁ କୈଫିୟତ୍ ତଲବ୍ କରେ । ସାହିତ୍ୟିକ ଦୃଷ୍ଟିରେ ସଭ୍ୟତା ହେଉଛି ପ୍ରଶ୍ନ ପଚାରିବାର ସ୍ୱାଧୀନତା ଏବଂ ଯେଉଁଦିନ ଆଉ ପ୍ରଶ୍ନ ପଚରାଯାଉନାହିଁ- ସେଦିନ ସଭ୍ୟତାର ପରିସମାପ୍ତି ଘଟିଛି ବୋଲି ଧରିନିଆଯାଇପାରେ । ଯଦି ସାହିତ୍ୟିକ ପ୍ରଶ୍ନ ପଚାରିବାର ଐତିହ୍ୟରୁ ନିଜକୁ ଅଲଗା କରି ରଖେ ବା କୋଳାହଳମୟ ପ୍ରଶଂସା ଭିତରେ ନିଜର ସ୍ୱର ଲୀନ ହେବାକୁ ଛାଡ଼ିଦିଏ, ସେ ଆଉ ସାହିତ୍ୟିକ ହୋଇ ରହିବ ନାହିଁ; ହେବ ଏକ ଉଚ୍ଚାଙ୍ଗ ପରମ୍ପରାର ମଡ଼ାଚଣ୍ଡିଆ ।

ଯେତେବେଳେ ଏପରି ପରିସ୍ଥିତି ଉପୁଜେ, ଯେତେବେଳେ ଆଉ ପ୍ରଶ୍ନ ପଚରାଯାଏ ନାହିଁ ଏବଂ ସବୁଆଡ଼େ ହାଟବଜାରରେ କୋଳାହଳ ଶୁଭେ, ସେତେବେଳେ ସାହିତ୍ୟ ଲେଖାଯିବ ନିଶ୍ଚୟ, କିନ୍ତୁ ସେ ସାହିତ୍ୟର ସଭ୍ୟତା ସହିତ ସମ୍ପର୍କ ପ୍ରାୟ ରହିବ ନାହିଁ । ଗଲା କେତେବର୍ଷ ଭିତରେ ପୃଥିବୀର ଛାପାଖାନାମାନଙ୍କରୁ ଯେତେ ସାହିତ୍ୟ ବାହାରିଛି ଇତିହାସରେ ତାର ପଟାନ୍ତର ନାହିଁ, କିନ୍ତୁ ସେଗୁଡ଼ିକ ଭିତରୁ ଅଧିକାଂଶ ଅଳ୍ପ କେତେଦିନ ପରେ ନିଶ୍ଚିହ୍ନ ହୋଇ ଯାଇଛନ୍ତି । ତାର କାରଣ ହେଉଛି, ସେଗୁଡ଼ିକ ଆମ ସଭ୍ୟତାର ଅଂଶ ନୁହଁନ୍ତି, ବରଂ ତାର ପ୍ରତିକୂଳପନ୍ଥୀ । ସେଗୁଡ଼ିକର ରଚୟିତାମାନଙ୍କର କିଛି କିଛି କଳ୍ପନାଶକ୍ତି ଏବଂ ଭାଷାବିନ୍ୟାସରେ ପଟୁତା ଥିଲା, କିନ୍ତୁ ଯେଉଁ ଯନ୍ତ୍ରଣାବୋଧ ଆମକୁ ଏପରି ଏକ ଜାଗାକୁ ନେଇଯାଏ ଯେଉଁଠାରେ ଭୂତ, ଭବିଷ୍ୟତ ଓ ବର୍ତ୍ତମାନ ଏକାକାର ଏବଂ ଯେଉଁଠାରେ ମନୁଷ୍ୟର ଭାଗ୍ୟ ହିଁ ଏକମାତ୍ର ପ୍ରସଙ୍ଗ ତାହା ଏ କଳ୍ପନାଶକ୍ତିକୁ ବ୍ୟାପ୍ତ ଓ ମାର୍ଜ୍ଜିତ କରିନାହିା । - ରମାକାନ୍ତ ରଥ

This item is Non-Returnable

Details

  • ISBN-13: 9781645603313
  • ISBN-10: 1645603318
  • Publisher: Black Eagle Books
  • Publish Date: November 2022
  • Dimensions: 8.5 x 5.5 x 0.31 inches
  • Shipping Weight: 0.38 pounds
  • Page Count: 130

Related Categories

You May Also Like...

    1

BAM Customer Reviews